Wednesday, January 18, 2017

●●ସଙ୍ଗଫଳ【ସ୍ବଭାବକବିଗଙ୍ଗାଧର ମେହରଙ୍କ ରଚନା】

ସ୍ବର୍ଣ୍ଣ ବର୍ଣ୍ଣ କନିଅର ପୁଷ୍ପ ମନୋରମ ।

କିନ୍ତୁ ତାର ଫଳ ବିଷ ଭିଷଣ ବିଷମ ।।

ଶିବ ପାଶେ ରହିବାରୁ ସଙ୍ଗର କି ଫଳ ।

ଗଉରୀ ଗଉର କାନ୍ତି ଭୁଜଙ୍ଗ ଗରଳ ।।

ସେରୂପେ ଧୁସ୍ତୂର ଫୁଲ ଜାହ୍ନବୀବରଣ ।

ଫଳ କରି ଅଛି ସର୍ପ ବିଷ ଆକର୍ଷଣ ।।

ଏହିରୂପେ କେତେ ଲୋକ ଶାସ୍ତ୍ର ସଙ୍ଗ ଗୁଣ ।

ଘେନି ହୋଇଥାନ୍ତି ହିତ ଭାଷଣେ ନିପୁଣ ।।

କିନ୍ତୁ କର୍ମେ କରିଥାନ୍ତି ଅତ୍ଯନ୍ତ ଅହିତ ।

ବଦ୍ଧ ହୋଇ ନୀଚ ଦୁଷ୍ଟ ପ୍ରବୃତ୍ତି ସହିତ ।।

No comments:

Post a Comment

ଓଡ଼ିଆ ଭାଷାରେ ଜିନିସ ଶବ୍ଦ ଜିନିଷ କେମିତି କାହିଁକି ହେଲା ?

ଓଡ଼ିଆ ଭାଷାର ଶବ୍ଦଭଣ୍ଡାରରେ ଅନେକ ଵିଦେଶୀ ଶବ୍ଦ ସ୍ଥାନ ଲଭିଛି । କେତେକ ଶବ୍ଦ କ୍ଷେତ୍ରରେ ଵିଦେଶୀ ଶବ୍ଦର ଧ୍ୱନି ଓଡ଼ିଆର ନିଜସ୍ୱ ଧ୍ୱନିତତ୍ତ୍ୱ (phonology) ଓ ଲେଖନ...