ଦିନେ ପଣ୍ଡିତ ସଦାଶିବ ଶିରୋମଣିଙ୍କ ଗୃହରେ ସଂସ୍କୃତ ଜାଣିନଥିବା ଜଣେ ବ୍ରାହ୍ମଣ ଙ୍କ ସହ କଥୋପକଥନ କରୁଥାନ୍ତି । ଏମନ୍ତ ସମୟରେ ଗଦାଧର ଭାରତୀ ନାମକ ଅନ୍ୟ ଜଣେ ପଣ୍ଡିତ ଉପସ୍ଥିତ ହୋଇ ହଳଧରଙ୍କୁ ଲକ୍ଷକରି ଶିରୋମଣୀଙ୍କୁ ପଚାରିଲେ “ଅୟଂ କଃ”(ଏ କିଏ) !!! ଶିରୋମଣି ସଂସ୍କୃତ ଭାଷାରେ ଉତ୍ତର ଦେଲେ,ପରେ ଅନ୍ୟାନ୍ୟ କଥା ହେଲା ଏବଂ ବିଦ୍ୟାଭୂଷଣ ଚାଲିଗଲେ ।
ହଳଧର “ଅୟଂ କଃ” ଏ କଥାର ଅର୍ଥ ବୁଝି ନ ପାରି କୌତୁହଳାକ୍ରାନ୍ତି ହୋଇ ଶିରୋମଣି ଙ୍କୁ
ପଚାରିଲେ
ପଣ୍ଡିତେ “ଅୟଂ କଃ” କଥା ର ଅର୍ଥ କଣ କି ?
ଶିରୋମଣି- ସେ କଥାରୁ କଣ୍ ମିଳିବ ତୁନି ହୁଅ,ଯା !
ହଳଧର-କାହିଁକି ?
ଶିରୋମଣି- ସେ ବଡ଼ ମନ୍ଦକଥା । ଏପରି ଖରାପ ଗାଳି ଆଉ ନାହିଁ । କିନ୍ତୁ ପଣ୍ଡିତ ଲୋକ କହିତ ପକେଇଲେଣି,ସେ କଥା ଧଇଲେ ଆଉ କଣ୍ ହେବ ?
ହଳଧର - ଗେଣ୍ଠା ନା ! ତା ପଣ୍ଡିତପଣିଣିଆ ତା ଘରେ । ମୁଁ ତାକୁ ଛାଡ଼ିବି ?
(ଏହା କହି ପଣ୍ଡିତଙ୍କ ପଛରେ ଉର୍ଦ୍ଧ୍ଵଶ୍ବାସରେ ଦଉଡି଼) ହେ ପଣ୍ଡିତ,ତୁ ଅୟଂ କଃ,ତୋ ବୋପା ଅୟଂ କଃ ତୋ ସାତପୁରୁଷ ଅୟଂ କଃ ତୋ ଚୌଦ ପୁରୁଷ ଅୟଂ କଃ ତୋର ଯିଏ ଯେଉଁଠି ଅଛନ୍ତି ସମସ୍ତେ ଅୟଂ କଃ !!!!
😨😨😂😂😉
(Utkal sahitya v.1,ରଙ୍ଗରସରୁ)
"ଗେଣ୍ଠା” ଢେଙ୍କାନାଳରେ ଏହି ଶବ୍ଦ ଟି ଚଳେ !!!
ତେବେ ଏହାର ବ୍ୟବହାରକୁ କୁ ଅପମାନ ସୂଚକ ମାନାଯାଏ ।
No comments:
Post a Comment